Loading...

୧୧ ଜୁନ ୨୦୧୯ ମଙ୍ଗଳବାର : ଏହି ୭ଟି ରାଶି ବ୍ୟକ୍ତିଙ୍କ ନିମନ୍ତେ ଅତ୍ୟନ୍ତ ଶୁଭଦାୟକଃ ରହିବ, ପୂର୍ଣ୍ଣ ହେବ ସମସ୍ତ ମନସ୍କାମନା ।

Loading...
0 103

ଆମେ ଆପଣଙ୍କୁ ଆଜିର ରାଶିଫଳ କହିବାକୁ ଯାଉଛୁ ! ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଆଜି ଦିନଟି ସମସ୍ତ ରାଶିର ବ୍ୟକ୍ତିମାନେ ପାଇଁ ପ୍ରାୟତଃ ସୁଖଦାୟକ ରହିବ କିନ୍ତୁ ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ପ୍ରଭୁ ହନୁମାନଙ୍କ ଅପାର କୃପା ରହିବ । ସମସ୍ତ ବାଧା ବିଘ୍ନ ଦୂର ହେବ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ । ଆଜିର ଷଷ୍ଠସ୍ଥ ଚନ୍ଦ୍ର ଆପଣଙ୍କ ଯାତ୍ରା, ନୂତନ କର୍ମାରମ୍ଭ ପାଇଁ ପ୍ରୀତିପ୍ରଦ ରହିବ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଶୁକ୍ରଙ୍କ ସୁପ୍ରଭାବରେ ଆବଶ୍ୟକତା ପୂରଣ ହେବା ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

Image result for rasiphala

ବୃଷ: ଧାର୍ମିକ କାର୍ଯ୍ୟରେ ଧ୍ୟାନ ନିବେଶ କରିବେ ଓ ମନକୁ ଶାନ୍ତି ମିଳିବ । ଧନ ସ୍ଥାନରେ ପାପଗ୍ରହ ଆପଣଙ୍କୁ ଅନୁଚିତ ବେହିସାବୀ ଖର୍ଚ୍ଚାନ୍ତ କରାଇ ପରିଜନଙ୍କ ଦ୍ୱାରା ଭର୍ତ୍ସିତ କରାଇପାରେ । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଚାରୁରୂପେ କାମ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଯାନବାହନ, ବସ୍ତ୍ର, ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଅତୀତ ଘଟଣାର ଆଲୋଚନା ଅସନ୍ତୋଷଜନକ ହେତୁ ଦୁଶ୍ଚିନ୍ତା ଆସିପାରେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ଆଜି ଆପଣ ଦିନଟି ସକାରାତ୍ମକ ଊର୍ଜା ଅନୁଭବ କରିବେ । ତୃତୀୟାଧିପ କେନ୍ଦ୍ରସ୍ଥ ବନ୍ଧୁ, ଆତ୍ମୀୟସ୍ଵଜନଙ୍କ ମାଧ୍ୟମରେ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବାରେ ସହାୟକ ହେବେ । ରାହୁ ସଂସ୍ପର୍ଶରେ ମଙ୍ଗଳଙ୍କ ପ୍ରଭାବ ଦ୍ୱାରା ଧୈର୍ଯ୍ୟର ସହ ସମସ୍ୟା ଗୁଡ଼ିକର ମୁକାବିଲା କରି ଆଶ୍ୱସ୍ତି ଲାଭ କରିପାରନ୍ତି । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

Image result for astrology graphics image

କର୍କଟ: ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟ ସମ୍ପର୍ଣ୍ଣ ରହିବ । ଚତୁର୍ଥାଧିପ ଏକାଦଶରେ ଧନାଧିପ ସଂଯୋଗରୁ ନୂତନ ଗୃହ, ଯାନବାହନ କ୍ରୟ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ନିଜ ଲୋକ କେହି ଜଣେ ସାହାଯ୍ୟ କରିବାକୁ ଆଗେଇ ଆସିବେ । କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ନୂତନ କମ୍ପାନୀରେ ମୋଟା ଦରମାର ଚାକିରି ଅଫର କିମ୍ବା ପଦୋନ୍ନତି ଘଟିବାର ସମ୍ଭାବନା ରହିଛି । ଜମିଜମା, କଳକାରଖାନା, ପ୍ଲଟିଂ ବ୍ୟବସାୟରୁ ସୁଫଳ ପାଇବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ସିଂହ: କୋଣାଧିପ କେନ୍ଦ୍ରସ୍ଥ ଯୋଗୁ ଅଭିଳଷିତ ଜିନିଷ ହାସଲ କରାଇବାରେ ପଦସ୍ଥ ବ୍ୟକ୍ତିଙ୍କ ସହାୟତା ପ୍ରାପ୍ତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଗବେଷଣା, ଅନୁସନ୍ଧାନ, ଅଧ୍ୟୟନ, ଅଧ୍ୟାପନା ଓ କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

କନ୍ୟା: ଆଜି ଆପଣ ମାନସିକ ସ୍ତରରେ ଶାନ୍ତି ପାଇଁ ପାରିବେ ନାହିଁ । ରୋଗାଧିପ କେତୁଙ୍କ ସହ ପରିବାରରେ ରୋଗପୀଡ଼ା କିମ୍ବା ଅଶାନ୍ତ ପରିସ୍ଥିତି ସୃଷ୍ଟି କରାଇପାରନ୍ତି । ଆଜି ଘର କାମ ସାଙ୍ଗକୁ ଅଫିସ କାମର ଜଞ୍ଜାଳ ବଳିଯିବ, ଫଳରେ ମାନସିକ ବ୍ୟସ୍ତତା ବୃଦ୍ଧି ପାଇବ । ବ୍ୟବସାୟ ମାଧ୍ୟମର ରହିବା । ଋଣମୁକ୍ତି ହେବା ପାଇଁ ପ୍ରୟାସ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ମହିଳାମାନେ ନିଜ କାର୍ଯ୍ୟ ବ୍ୟସ୍ତ ରହିବେ ଓ କିଛି ନୂଆ ଧାତୁ ନିର୍ମିତ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ମଙ୍ଗଳ ।

Image result for astrology graphics image

ତୁଳା: ସକାରାତ୍ମକ ଭାବନାରେ ଦିନଟି ଅତିବାହିତ ହେବ । ସପ୍ତମାଧିପତି ଭାଗ୍ୟସ୍ଥାନରେ ମିତ୍ରମାନଙ୍କ ସହାୟତା ଲାଭକରି ବାଣିଜ୍ୟ, ବ୍ୟବସାୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି । ବ୍ୟବସାୟୀମାନେ ବେଶ ଲାଭବାନ ହେବେ ଏବଂ କର୍ମଜିବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ହସଖୁସିରେ ଦିନଟି ବିତାଇବେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଗ୍ରହମାନଙ୍କ ସୁପ୍ରଭାବରେ ଯେକୌଣସି ପ୍ରତିରୋଧକୁ ଏଡ଼େଇ ଯାଇ କାମ ହାସଲରେ ସମର୍ଥ ହେବେ । କିନ୍ତୁ ଶନିଙ୍କ ତୃତୀୟଭାବ ସ୍ଥିତି କାରଣରୁ ପାରିବାରିକ ସ୍ଥିତି ଭଲ ରହି ନ ପାରେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଶୁଭରଙ୍ଗ: ସବୁଜ ରଙ୍ଗ । ଆରାଧନା: ବିଷ୍ଣୁ ।

ବିଛା: ଦିନଟି ମାଶ୍ରଣ ଫଳ ପ୍ରଦାନ କରିବ । ଅଷ୍ଟମାଧିପ ରାଶ୍ୟାଧିପ ସହ ସ୍ବାସ୍ଥ୍ୟହାନି କିମ୍ବା ସମସ୍ୟା ସୃଷ୍ଟି କରିପାରନ୍ତି । କୌଣସି କାମରେ ମନର ସ୍ଥିରତା ନ ରହିବା ହେତୁ କାମଗୁଡିକ ଅସମ୍ପୂର୍ଣ୍ଣ ରହିଯିବ । କେତେକ କାମକୁ ଅବହେଳା କରି ସମାଲୋଚିତ ହେବାକୁ ପଡ଼ିବ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ, କିନ୍ତୁ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ଧନୁ: ସାରାଦିନ ଅଶାନ୍ତି ମୁକ୍ତ ରହିବେ କିନ୍ତୁ ନବମାଧିପତି ରବି ଷଷ୍ଠଭାବରେ ଥିବା ଯୋଗୁ ସବୁ ଦିଗରୁ ସମର୍ଥନ ଥାଇ ମଧ୍ୟ ନିରାଶ ହେବାକୁ ପଡ଼ିବ । ତଥାପି ବୃହସ୍ପତି ପ୍ରଭାବରୁ ପାରିବାରିକ କ୍ଷେତ୍ରରେ ଉନ୍ନତ ମାନର ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ । ଆର୍ଥିକ ସ୍ଥିତି ମାନ୍ଦା ରହିବା ଏବଂ ବ୍ୟବସାୟରେ ଆୟ ଠାରୁ ବ୍ୟୟ ଅଧିକ ହେବ । ପରିବାରରେ ମନାମାଳିନ୍ୟ ଦେଖା ଦେଇପାରେ । କୌଣସି ପ୍ରକାରର ଅଭାବ ନ ଥିଲେ ମଧ୍ୟ ଆଜି ବନ୍ଧୁଙ୍କ ସଦ୍ଭାବ କିମ୍ବା ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ପାଠପଢା କ୍ଷେତ୍ରରେ, ପରୀକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ଦିନଟି ଅଶାନ୍ତି ରହିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ବରୀ ।

Image result for astrology graphics image

ମକର: ଦିନଟି ଖୁସି ଭରା ରହିବ । ନିଜ ବ୍ୟବହାରରେ ଲୋକଙ୍କ ହୃଦୟ ଜିଣିବେ । ଦଶମାଧିପ ଶୁକ୍ର କୋଣ ଭାବରେ ବିଳାସବ୍ୟସନ ଦିଗକୁ ଟାଣି ନେଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ବଢିପାରେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପ୍ରେମ ସମ୍ବନ୍ଧ ଭଲ ରହିବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କୁମ୍ଭ: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । କେନ୍ଦ୍ରାଧିପ ରବିଙ୍କ ରାଶ୍ୟାବସ୍ଥାନ ଆପଣଙ୍କୁ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରାଇବ । କର୍ମକ୍ଷେତ୍ରରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ହେବେ କିନ୍ତୁ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝିପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କାମକରି କିଛିଟା ସଫଳତା ପାଇବେ । ବ୍ୟବସାୟରୁ ଭଲ ଧନଲାଭ ହେବ । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ କରିବେ । ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ: ରାହୁ ଓ ମଙ୍ଗଳ ରାଶିରେ ଦୈହିକ ଅସୁସ୍ଥତା କିମ୍ବା ମାନସିକ ଉତ୍ତେଜନା ସୃଷ୍ଟି କରିପାରନ୍ତି । କର୍ମକ୍ଷେତ୍ରକୁ ସମସ୍ୟା ମୁକ୍ତ କରାଇବା ସଙ୍ଗେ ବନ୍ଧୁମିଳନ ମାଧ୍ୟମରେ ମନକୁ ଖୁସୀ ରଖିବ । କାର୍ଯ୍ୟବ୍ୟସ୍ତତା କାରଣରୁ ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ । ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ । କୌଣସି ନୂଆ ସମ୍ବନ୍ଧ ଆରମ୍ଭ ହୋଇପାରେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଉଚ୍ଚବର୍ଗର ଲୋକ ଜଣେ ସାହାଯ୍ୟ କରିବେ । ମହିଳାମାନେ ଅଫିସ ଓ ଘରେ ନିଜ କାର୍ଯ୍ୟ ପାଇଁ ପ୍ରସଂଶିତ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

Loading...
Loading...