ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୯ରୁ ପ୍ରବଳରୁ ଅତି ପ୍ରବଳ ବର୍ଷିବ, ୧୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରାଇଲେ ଏସ୍‌ଆରସି

0

ପୁଣି ଆସୁଛି ଆଉ ଏକ ଲଘୁଚାପ। ପାଣିପାଗ ବିଭାଗ ର ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ଲଘୁଚାପ ଯୋଗୁ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି। କୃଷି କାର୍ଯ୍ୟ ପାଇଁ ସେମାନଙ୍କୁ ଆଶ୍ୱସ୍ତି ମିଳିଛି।ତେବେ ଲଗାଣ ବର୍ଷା ଯୋଗୁ ରାଜ୍ୟରେ ମରୁଡ଼ି ଆଶଙ୍କା ମଧ୍ୟ କେତେକାଂଶରେ ଟଳିଯାଇଛି। ଏବେ ବର୍ଷା କାରଣରୁ ଚାଷୀ ଜଗତ ଉଦ୍ଧାର ମଧ୍ୟ ପାଇଛି।ରାଜ୍ୟରେ ବିଭିନ୍ନ ଭାଗରେ ବୁଧବାର ରୁଆ କାର୍ଯ୍ୟ ଆରମ୍ଭ ହୋଇଛି।

ତେବେ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର ବିଭିନ୍ନ ସ୍ଥାନରେ ୯ ତାରିଖରେ ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହେବାକୁ ଥିବା ଆଉ ଏକ ଲଘୁଚାପ କାରଣରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ।ତେବେ ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।ଏନେଇ ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆରସି। ସତର୍କ କରିବା ସହ ଏହି ଜିଲ୍ଲାର ଜିଲ୍ଲାପାଳ ମାନଙ୍କୁ SRC ଚିଠି ଲେଖିଛନ୍ତି।

ଅଗଷ୍ଟ ୪ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଓ୍ବେଲ୍‌ମାର୍କ ଲୋକ ପ୍ରେସରରେ ପରିଣତ ହୋଇ ଛତିଶଗଡ଼ ଉପରକୁ ଚାଲିଯାଇଛି। ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ଅନୁଗୋଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଯାଜପର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦୁଝର ଏବଂ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି।

ତେବେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭବାରେ ୯ ଓ ୧୦ ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବ। ତେବେ ଏହାର ପ୍ରଭାବରେ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ବଂଶଧାରା, ଋଷିକୁଲ୍ୟା ଏବଂ ହାତୀ ନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ନିର୍ଦ୍ଦେଶ ସହିତ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିବା ସମ୍ଭାବନା ଥିବାରୁ ପଦକ୍ଷେପ ପାଇଁ ସୂଚନା ଦିଆଯାଇଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave A Reply

Your email address will not be published.